ଭୁବନେଶ୍ୱର :-
ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ମହାମାରୀ ସମୟରେ ରକ୍ତସଙ୍କଟ ଦୂର କରିବା ପାଇଁ ଆରମ୍ଭ ହୋଇଯାଇଛି ରାଜ୍ୟବ୍ୟାପୀ ରକ୍ତଦାନ ଶିବିର। ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ କରୋନା ସମୟରେ ରକ୍ତଭାବ ଦୂର କରିବା ପାଇଁ ଜୀବନ ବିନ୍ଦୁ ଏବଂ ରକ୍ତଦାନ କାର୍ଯ୍ୟକ୍ରମକୁ ବ୍ୟାପକ କରିବା ପାଇଁ ଯେଉଁ ଆହ୍ୱାନ ଦିଆଯାଇଥିଲା ତାହାକୁ ସଫଳ କରିବାକୁ ଯାଇ ଆଜି ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଢେଙ୍କାନାଳ ଜିଲ୍ଲାରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସମ୍ପାଦକ ଶଶିକାନ୍ତ ମିଶ୍ର ଙ୍କ ନେତୃତ୍ୱରେ ଢେଙ୍କାନାଳ ବ୍ଲଡ୍ ବ୍ୟାଙ୍କ ଠାରେ ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇ ୩୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି।
ବିଜୁ ଛାତ୍ର ଜନତା ଦଳ ପକ୍ଷରୁ ଆଗାମୀ ଦିନରେ ଏହି ରକ୍ତଦାନ ଶିବିରକୁ ଆହୁରି ବ୍ୟାପକ ଭାବେ ତ୍ଵରାନିତ କରାଯିବା ସହ କରୋନା ସମୟରେ ରକ୍ତ ଅଭାବ ନ ଦେଖା ଯିବା ପାଇଁ ବିଜୁ ଛାତ୍ର ଜନତା ଦଳର ପ୍ରତ୍ୟେକ କର୍ମକର୍ତ୍ତା ଉତ୍ସାହିତ ଓ ପ୍ରତିଶ୍ରୁତିବଦ୍ଧ ବୋଲି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଢେଙ୍କାନାଳ ବିଧାୟକ ସୁଧୀର ସାମଲ, ବିଜୁ ଛାତ୍ର ଜନତା ଦଳ ରାଜ୍ୟ ସଭାପତି ଦେବୀ ରଞ୍ଜନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ।
ଏହି ପରିପ୍ରେକ୍ଷୀରେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପ ସଭାପତି ପ୍ରଦୋଷ ପରିଡ଼ା, ରାଜ୍ୟ ସମ୍ପାଦକ ରଞ୍ଜିତ ଦାସ ମଧ୍ୟ ଉପସ୍ଥିତ ଥିଲେ। ଭୁବନେଶ୍ୱର ରୁ ସ୍ଵର୍ଣ୍ଣ ପ୍ରଭା ନାୟକ ଙ୍କ ରିପୋର୍ଟ