ଭୁବନେଶ୍ୱର :-
ଆସନ୍ତା ୧୦ ତାରିଖରେ ଓଡ଼ିଶାକୁ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଆଗମନ ଫଳରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପବନର ବେଗ ମଧ୍ୟ ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ସୂଚନା ଅନୁସାରେ ୧୧ ତାରିଖ ଦିନ ରାଜ୍ୟର ୮ ଜିଲ୍ଲା ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ଅଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜରି କରିଛି କେନ୍ଦ୍ର। ବ୍ୟୁରୋ ରିପୋର୍ଟ