Type Here to Get Search Results !

ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ - ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

 


ଭୁବନେଶ୍ୱର :-

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର, ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର ଓ ଢେଙ୍କାନାଳ ଜିଲ୍ଳାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବୌଦ୍ଧ ଆଦି ଜିଲ୍ଳାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ରୁ ୨୦ ତାରିଖ ମଧ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଳାଗୁଡ଼ିକ ମଧ୍ୟରେ ରହିଛି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର।

Post a Comment

0 Comments
* Please Don't Spam Here. All the Comments are Reviewed by Admin.