Type Here to Get Search Results !

ଜିଲ୍ଲାରେ ସ୍ୱାସ୍ଥ୍ୟ ସେବାର ଉନ୍ନତି ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ


ଝାରସୁଗୁଡ଼ା : - 

ଝାରସୁଗୁଡ଼ା ଜିଲ୍ଲାରେ ସ୍ୱାସ୍ଥ୍ୟ ସେବା ସମ୍ପର୍କିତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସ ମାଧ୍ୟମରେ ଏହି ସବୁ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆଜି ଅପରାହ୍ଣ ସାଢ଼େ ପାଞ୍ଚଟା ସମୟରେ ମୁଖ୍ୟମନ୍ତ୍ରୀ ଭିଡିଓ କନଫେରେନ୍ସ ମାଧ୍ୟମରେ ଲିକୁଇଡ ମେଡିକାଲ ଅକ୍ସିଜେନ ( 6KL) ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା , ଚାପ ଅବଶୋଷଣ ପ୍ରଣାଳୀରେ ମେଡିକାଲ ଅକ୍ସିଜେନ (833 LPM)ର ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥା ଓ ରାଜପୁରଠାରେ ଅବସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ ଗୃହର ଶିଳାନ୍ୟାସ କରିଛନ୍ତି। କାର୍ଯ୍ୟକ୍ରମରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ , ବରଗଡ଼ ସାଂସଦ ସୁରେଶ ପୂଜାରୀ ଓ ବ୍ରଜରାଜନଗର ବିଧାୟକ କିଶୋର କୁମାର ମହାନ୍ତି ଉପସ୍ଥିତ ଥିଲେ । ଜିଲ୍ଲାପାଳ ସରୋଜ କୁମାର ସାମଲ ପ୍ରକଳ୍ପ ଶିଳାନ୍ୟାସ ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ , ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ ମାଝୀ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀଙ୍କ ସମେତ ସହରର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ । ଝାରସୁଗୁଡ଼ା ରୁ ଅନିନ୍ଦ୍ୟ ରାଜ ଖାଡଙ୍ଗା ଙ୍କ ରିପୋର୍ଟ

Post a Comment

0 Comments
* Please Don't Spam Here. All the Comments are Reviewed by Admin.