ପୁରୀ :-
ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ୫ଟି ସଚିବ ଭି କେ ପାଣ୍ଡିଆନ ଓ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ, ଯୋଗାଣ ସଚିବ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ବିଜୁ ସ୍ବାସ୍ଥ୍ୟ ଯୋଜନାରେ ସ୍ମାର୍ଟ କାର୍ଡ ହିତାଧିକାରୀ ଓ କେନ୍ଦ୍ର/ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତର୍ଭୁକ୍ତ ହୋଇଥିବା ହିତାଧିକାରୀ ମାନଙ୍କୁ ଏକ ହାଜର ଟଙ୍କା କୋଭିଡ ସହାୟତା ପ୍ରଦାନର ଶୁଭ କରିଛନ୍ତି । ଜିଲ୍ଲାସ୍ତରରେ ଜିଲ୍ଲାପାଳ, ପ୍ରକଳ୍ପ ନିର୍ଦେଶକ ସିଏସ୍ଓ ଏହାର ଶୁଭ ଆରମ୍ଭ କରିଥିବା ବେଳେ ଏହି ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ବିଜୁପଟ୍ଟନାୟକ ସମ୍ମିଳନୀ କକ୍ଷରେ ବିଡ଼ିଓ ଦିଲ୍ଲୀପ କୁମାର ଷଡଙ୍ଗୀ, ଏମ୍ଆଇ ଉପସ୍ଥିତ ରହି ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ଏବଂ ହାଜର ଟଙ୍କା ଲେଖା ପାଞ୍ଚ ଜଣ ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ ।
ଏହାପରେ ସମସ୍ତ ପଞ୍ଚାୟତରେ କୋଭିଡି କଟକଣା ମଧ୍ୟରେ ଏହି କୋଭିଡ ସହାୟତା ରାଶି ପ୍ରଦାନ କରାଯିବ ବୋଲି ବିଡ଼ିଓ ଶ୍ରୀ ଷଡଙ୍ଗୀ କହିଛନ୍ତି ।
ପୁରୀ ଜିଲ୍ଲା ରୁ ପ୍ରଦୀପ କୁମାର ନାୟକ ଙ୍କ ରିପୋର୍ଟ
