Type Here to Get Search Results !

ଚାଲିଗଲେ ବରିଷ୍ଠ ସିନେ ଅଭିନେତା ମିହିର ଦାସ ; ୬୩ ବର୍ଷ ବୟସରେ କଟକରେ ଦେହାନ୍ତ

 

ଭୁବନେଶ୍ୱର :-

ଆଉ ନାହାନ୍ତି ବରିଷ୍ଠ ସିନେ ଅଭିନେତା ମିହିର ଦାସ। ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା ମିହିର ଦାସଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧୀନ ଅବସ୍ଥାରେ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରଲୋକରେ ଓଡ଼ିଆ ସିନେ ଜଗତରେ ଏକ ଅପୂରଣୀୟ କ୍ଷତି ହୋଇଛି।

ଓଲିଉଡ୍‌ର କାକା ଭାବେ ପରିଚିତ ଭେଟ୍‌ରାନ୍‌ ଅଭିନେତା ମିହିର ଦାସଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ। ପିଲା ବେଳେ କଳା ପ୍ରତି ତାଙ୍କର ଦୁର୍ବଳତା ଥିଲା। ସେ ପ୍ରଥମେ ଆର୍ଟ ଫିଲ୍ମରେ ଅଭିନୟ କରିଥିଲେ। ତାହା ଥିଲା ‘ସ୍କୁଲ୍‌ ମାଷ୍ଟର’। ଯାହା ତାଙ୍କୁ ଆଗକୁ ବଢ଼ିବା ପାଇଁ ରାସ୍ତା ଦେଖାଇଥିଲା। ତା’ପରେ ସେ ଗୋଟିଏ ପରେ ଗୋଟିଏ ହିଟ୍‌ ବ୍ୟବସାୟିକ ଫିଲ୍ମରେ ଅଭିନୟ କରି ଓଲିଉଡ୍‌ରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।

ମିହିର ଦାସଙ୍କ ପ୍ରଥମ ବ୍ୟବସାୟିକ ଫିଲ୍ମ ‘ମଥୁରା ବିଜୟ’ ୧୯୭୯ ମସିହାରେ ରିଲିଜ ହୋଇଥିଲା। ସେହି ଫିଲ୍ମ ତାଙ୍କୁ ରାତାରାତି ଷ୍ଟାର ସଜାଇ ଦେଇଥିଲା। ସେ ତିନି ଦଶନ୍ଧି ଧରି ଓଲିଉଡ୍‌ରେ ରାଜ୍‌ କରୁଛନ୍ତି। ‘ଲକ୍ଷ୍ମୀ ପ୍ରତିମା’ ପାଇଁ ୧୯୯୮ ଓ ‘ଫେରିଆ ମୋ ସୁନା ଭଉଣୀ’ ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଭାବେ ମିଳିଥିଲା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର। ଠିକ୍‌ ସେହିପରି ଶ୍ରେଷ୍ଠ ସହକଳାକାର ଭାବେ ମଧ୍ୟ ଅନେକ ଫିଲ୍ମ ପାଇଁ ତାଙ୍କୁ ପୁରସ୍କୃତ କରାଯାଇଛି। ୨୦୦୨ରେ ‘ରାକ୍ଷୀ ବାନ୍ଧିଲି ମୋ ରଖିବ ମାନ’ ଓ ୨୦୧୦ରେ ପ୍ରେମ ଅଢ଼େଇ ଅକ୍ଷର ପାଇଁ ତାଙ୍କୁ ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ଭାବେ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମିଳିଛି। ଏହାଛଡ଼ା ୧୯୯୯ରେ ବିଧାତା ପାଇଁ ତାଙ୍କୁ ଶ୍ରେଷ୍ଠ ଅଭିନେତା ଓ୨୦୦୭ରେ ‘ମୁଁ ତତେ ଲଭ୍‌ କରୁଛି’ ଫିଲ୍ମ ପାଇଁ ଶ୍ରେଷ୍ଠ ହାସ୍ୟ ଅଭିନେତା ପୁରସ୍କାରରେ ତାଙ୍କୁ ସମ୍ମାନୀତ କରାଯାଇଛି। କଟକ ରୁ ପ୍ରକାଶ ସ୍ୱାଇଁ ଙ୍କ ରିପୋର୍ଟ

Post a Comment

0 Comments
* Please Don't Spam Here. All the Comments are Reviewed by Admin.