Type Here to Get Search Results !

ଆଉ ଦୁଇ ଦିନ ରହିବ କୋହଲା ପାଗ

 

ଭୁବନେଶ୍ୱର :-

ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ଲାଗି ରହିଛି। ରବିବାର କିଛି ସ୍ଥାନରେ ବର୍ଷା ହୋଇଥିବା ନେଇ ମଧ୍ୟ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହି ସ୍ଥିତି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ଥିବା ବେଳେ ସୋମବାର କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଆଦିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ଉପରେ ପଶ୍ଚିମାଝଡ଼ ପ୍ରଭାବ ଜାରି ରହିଛି। ଏହା ସହିତ ଓଡ଼ିଶା ପର୍ଯ୍ୟନ୍ତ ଏକ ଟ୍ରଫ୍‍ ଲାଇନ ମଧ୍ୟ ଲମ୍ବିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେଉଛି ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ସଞ୍ଜିବ ଦ୍ୱିବେଦୀ କହିଛନ୍ତି। ଭୁବନେଶ୍ୱର ରୁ ସ୍ଵର୍ଣ୍ଣ ପ୍ରଭା ନାୟକ ଙ୍କ ରିପୋର୍ଟ

Post a Comment

0 Comments
* Please Don't Spam Here. All the Comments are Reviewed by Admin.