Type Here to Get Search Results !

ଦେଶୀ ମଦ ସହ ବାଇକ ଜବତ,ଦୁଇ ଗିରଫ

 

ଧାମନଗର: -       

ଭଦ୍ରକ ଅବକାରୀ ଅଧିକ୍ଷକ ଶ୍ରୀ ପ୍ରଦୀପ୍ତ କୁମାର ଦାସଙ୍କ ନିର୍ଦ୍ଦେଶକ୍ରମେ ଓ ଅବକାରୀ ନିରୀକ୍ଷକ ଶ୍ରୀ ଧନେଶ୍ୱର ବରାଡ଼ଙ୍କ ନେତୃତ୍ୱରେ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଧାମନଗର ଅବକାରୀ ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀ ପ୍ରହଲ୍ଲାଦ ସାମଲ ଓ ଷ୍ଟାଫମାନଙ୍କୁ ନେଇ ଗଠିତ ଏକ ସ୍ୱତନ୍ତ୍ର ଟିମ ଦ୍ୱାରା ଧୁଷୁରି ଥାନା ଅନ୍ତର୍ଗତ କୋଠାର ଛକ ନିକଟରେ ଚଢାଉ କରାଯାଇ ଗୋଟିଏ ୟମାହା ସାଲ୍ୟୁଟୋ ମୋଟର ସାଇକେଲ ରୁ (ଓଡି-୨୨କେ-୯୧୩୫) ୬୦ ଲିଟର ଦେଶୀ ରନ୍ଧା ମଦ ଜବତ କରିବା ସହିତ ଏଥିରେ ସଂପୃକ୍ତ ଧାମନଗର ଥାନା ଅନ୍ତର୍ଗତ ବେଲମଳା ଗ୍ରାମର ସୁଶାନ୍ତ କୁମାର ସ୍ବାଇଁ ଓ ରତ୍ନାକର ସ୍ବାଇଁଙ୍କୁ ଗିରଫ କରାଯାଇଛି । ଜବତ ମଦ ଓ ଗାଡ଼ିର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଉର୍ଦ୍ଧ୍ବ ହେବ ବୋଲି ଅବକାରୀ ବିଭାଗ ସୂଚନା ଦେଇଛି । ଉକ୍ତ ଚଢାଉରେ କନେଷ୍ଟବଳ ଅନବାଦିତ୍ୟ ବାରିକ, ରମେଶ ନାୟକ, ଅଜିତ କୁମାର ସିଙ୍କୁ ଓ ସଂଧ୍ୟାରାଣୀ ସେନାପତି ପ୍ରଭୃତି ସାମିଲ ଥିଲେ । ଏନେଇ ଧାମନଗର ଅବକାରୀ ଥାନା ପକ୍ଷରୁ ଗୋଟିଏ ମାମଲା ରୁଜ୍ଜୁ କରାଯାଇଛି। ଧାମନଗର ରୁ କାହ୍ନୁ ଚରଣ ଜେନା ଙ୍କ ରିପୋର୍ଟ

Post a Comment

0 Comments
* Please Don't Spam Here. All the Comments are Reviewed by Admin.