Type Here to Get Search Results !

ଜିଲ୍ଲା ପରିଷଦ ବୈଠକ : ଉତ୍ତମ ସମନ୍ୱୟ ମାଧ୍ୟମରେ ଯୋଜନା ଗୁଡିକର ସଫଳ ରୂପାୟନ ଉପରେ ଗୁରୁତ୍ୱାରୋପ


ବଲାଙ୍ଗିର :-

 ଗତକାଲି ପୂର୍ବାହ୍ନରେ ସ୍ଥାନୀୟ ଡିଆର୍‌ଡିଏ କକ୍ଷଠାରେ ବଲାଙ୍ଗିର ଜିଲ୍ଲା ପରିଷଦର ବୈଠକ, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା, ପାଟଣାଗଡ ବିଧାୟକ ସରୋଜ କୁମାର ମେହେର, ଜିଲ୍ଲାପରିଷଦ ଉପାଧ୍ୟକ୍ଷା ମିଥିଲା ମାଝୀ, ଜଳ ସଂପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ଟିଟିଲାଗଡ ବିଧାୟିକାଙ୍କ ପ୍ରତିନିଧି ଲୋଟସ୍‌ ଷଡଙ୍ଗୀ, ବଲାଙ୍ଗିର ଲୋକସଭା ସାଂସଦଙ୍କ ପ୍ରତିନିଧି ଅମିତ କୁମାର ସିଂନିନା, ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି ସରୋଜ କୁମାର ରଥ, ଲୋଇସିଂହା ବିଧାୟକଙ୍କ ପ୍ରତିନିଧି ଦେବୀଲାଲ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ ଅନନ୍ତ ନାରାୟଣ ସିଂ ଲାଗୁରୀ, ସିଡିଓ ତଥା ଇଓ ଜିଲ୍ଲା ପରିଷଦ ସୁଶାନ୍ତ କୁମାର ସିଂ, ବଲାଙ୍ଗିର ଉପ-ଜିଲ୍ଲାପାଳ ଲମ୍ବୋଧର ଧରୁଆଙ୍କ ସମେତ ଜିଲ୍ଲା ପରିଷଦର ସମସ୍ତ ସଭ୍ୟ, ସଭ୍ୟା, ପଞ୍ଚାୟତ ସମିତିର ଅଧ୍ୟକ୍ଷ ଅଧ୍ୟକ୍ଷା, ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ସଂସ୍ଥାର ଅଧିକାରୀମାନେ ଉପସ୍ଥିତ ଥିଲେ । ଜିଲ୍ଲା ପରିଷଦର ଅଧ୍ୟକ୍ଷା ଶ୍ରୀମତୀ ସାହୁ ସମସ୍ତଙ୍କୁ ସ୍ୱାଗତ ଜଣାଇବା ସହ ଉତ୍ତମ ସମନ୍ୱୟ ମଧ୍ୟମରେ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ଉନ୍ନୟନମୂଳକ ଓ ଲୋକାଭିମୁଖୀ ଯୋଜନାଗୁଡିକର ସଫଳ ରୂପାୟନ ଦିଗରେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ବିଭିନ୍ନ ଅଞ୍ଚଳର ଜନସାଧାରଣଙ୍କ ସମସ୍ୟାଗୁଡିକର ସମାଧାନ ଦିଗରେ ବିଭାଗୀୟ ଅଧିକାରୀମାନେ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ । ବୈଠକରେ ତା.୨୮/୧୨/୨୦୨୧ରିଖରୁ ଅନୁଷ୍ଠିତ ହୋଇଥିବା ଜିଲ୍ଲା ପରିଷଦ ବୈଠକରେ ଗୃହିତ ହୋଇଥିବା ପ୍ରସ୍ତାବଗୁଡିକର ଦୃଢିକରଣ କରାଯାଇଥିଲା । ବୈଠକରେ ରାଜ୍ୟ ପଞ୍ଚମ ଅର୍ଥ କମିଶନ ଅନୁଦାନ ୨୦୨୨-୨୩ ବର୍ଷ ପ୍ରସ୍ତାବିତ ପ୍ରକଳ୍ପଗୁଡିକ ସମ୍ପର୍କରେ ଆଲୋଚନା କରାଯାଇ ଏହାର ଅନୁମୋଦନ କରାଯାଇଥିଲା । ବୈଠକରେ ପ୍ରାଥମିକ ଶିକ୍ଷା, ଗଣଶିକ୍ଷା ଅଧିନସ୍ଥ ବିଦ୍ୟାଳୟ ଗୁଡିକର ଭିତ୍ତିଭୂମି, ଶିକ୍ଷକ ସ୍ଥିତି, ଶୌଚାଳୟ ନିର୍ମାଣର ସ୍ଥିତି ଓ କାର୍ଯ୍ୟକାରୀତା ସମ୍ପର୍କରେ ଆଲୋଚନା ହୋଇଥିଲା । ଜିଲ୍ଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ ବିଦ୍ୟାଳୟଗୁଡିକରେ ଶିକ୍ଷାଦାନ ବ୍ୟବସ୍ଥା, ଭିତ୍ତିଭୂମି ତଥା ଛାତ୍ରାବାସ ନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିଲା । ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋଚନା ହେବା ସହ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ ଏବଂ କେନ୍ଦ୍ରଗୁଡିକରେ ପାନୀୟ ଜଳ ଓ ବିଦ୍ୟୁତ ଯୋଗାଣ ଉପରେ ଆଲୋଚନା ହୋଇଥିଲା । ଜିଲ୍ଲାରେ ସାର ଓ ବିହନ ଯୋଗାଣ, ପ୍ରଧାନମନ୍ତ୍ରୀ ଫସଲ ବୀମା ସମ୍ପର୍କରେ ଆଲୋଚନା ହୋଇ ସାର କଳାବଜାର ରୋକିବା ନିମନ୍ତେ ସ୍ୱତନ୍ତ୍ର ସ୍ୱ୍‌ାର୍ଡ ଗଠନ କରି କଡାକଡି ଯାଞ୍ଚ କରିବା ଓ ଚାଷୀମାନେ ଫସଲ ବୀମା ରାଶି ଯେପରି ଠିକ୍‌ ଭାବେ ପାଇ ପାରିବେ ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ବଲାଙ୍ଗିର ଜିଲ୍ଲାର ସ୍ୱାସ୍ଥ୍ୟ ଭିତ୍ତିଭୂମି ଓ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ, ସ୍ୱାସ୍ଥ୍ୟ କେନ୍ଦ୍ରଗୁଡିକରେ ଡାକ୍ତର ନିଯୁକ୍ତି, ଔଷଧ ବ୍ୟବସ୍ଥା, କୋଭିଡ ଟିକାକରଣ ସମ୍ପର୍କରେ ଆଲୋଚନା ହୋଇଥିଲା । ସାମାଜିକ ସୁରକ୍ଷା ଯୋଜନାରେ ହିତାଧିକାରୀମାଙ୍କୁ ଦିଆଯାଉଥିବା ଭତ୍ତା, ଭିନ୍ନକ୍ଷମ ସହାୟତା ତଥା ଜିଲ୍ଲା ସାମାଜିକ ସୁରକ୍ଷା ଯୋଜନା ଜରିଆରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର କାର୍ଯ୍ୟକାରୀତା ସମ୍ପର୍କରେ ବୈଠକରେ ଆଲୋଚନା ହୋଇଥିଲା । ଏତଦ୍‌ ବ୍ୟତୀତ ବୈଠକରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, କେନ୍ଦୁପତ୍ର, ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ପାଇପ ଜଳ ଯୋଗାଣ ପ୍ରକଳ୍ପ, ଓଭର ହେଡ ଟ୍ୟାଙ୍କ ନିର୍ମାଣର ଅଗ୍ରଗତି, ଉଠା ଜଳ ସେଚନ, କ୍ଷୁଦ୍ର ଜଳସେଚନ ପ୍ରକଳ୍ପ, ଯୋଗାଣ, ଉଦ୍ୟାନ କୃଷି ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଅଧ୍ୟକ୍ଷାଙ୍କ ଦୃଷ୍ଟି ଆକର୍ଷଣ କରିବା, ବିଭିନ୍ନ ପ୍ରକଳ୍ପ ଗୁଡିକର କାର୍ଯକାରିତା ସମ୍ପର୍କରେ ଆଲୋଚନା କରିଥିଲେ । ବୈଠକରେ ଜିଲ୍ଲା ପରିଷଦର ବିଭିନ୍ନ ଷ୍ଟାଣ୍ଡିଙ୍ଗ କମିଟି ଗଠନ କରାଯିବା ସହ ଏହାର ଅନୁମୋଦନ କରାଯାଇଥିଲା । ବୈଠକ ଶେଷରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ସିଂ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ l

Post a Comment

0 Comments
* Please Don't Spam Here. All the Comments are Reviewed by Admin.