ତାଳଚେର :-
ସେଣ୍ଟ୍ରାଲ କଲୋନୀ ଠାରେ କେନ୍ଦ୍ରୀୟ ବିଦ୍ୟାଳୟ ଭୂମି ପୂଜନ ଉତ୍ସବ ଅବସରରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ସରକାର ଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଓ ସମ୍ମାନୀତ ଅତିଥି ଭାବେ ମାନ୍ୟବର ସାଂସଦ ଢେଙ୍କାନାଳ ଶ୍ରୀଯୁକ୍ତ ମହେଶ ସାହୁ ଙ୍କ ସହିତ ମାନ୍ୟବର ବିଧାୟକ ତାଳଚେର ଶ୍ରୀ ବ୍ରଜକିଶୋର ପ୍ରଧାନ ମହୋଦୟ ଯୋଗଦେଇ ତାଳଚେର ନିର୍ବାଚନ ମଣ୍ଡଳୀ ର ଜନସାଧାରଣଙ୍କ ପାଇଁ ୪୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ପାଇଁ ଦାବି କରିବା ସହିତ ୫ ଦଫା ଦାବି ସମ୍ବଳିତ ଏକ ଦାବିପତ୍ର ମାନ୍ୟବର କେନ୍ଦ୍ରମନ୍ତ୍ରୀଙ୍କୁ ବିଧାୟକ ମହୋଦୟ ପ୍ରଦାନ କରିଛନ୍ତି। ତାଳଚେର ପ୍ରଦିପ କୁମାର ମହାରଣା ଙ୍କ ରିପୋର୍ଟ

