ବଲାଙ୍ଗିର :-
ଆଜି ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ହସପିଟାଲ ପରିସରରେ ତରଳିକୃତ ଭେଷଜ ଅମ୍ଳଜାନ ପ୍ଲାଣ୍ଟ ( ଏଲଏମଓ ) ୧୩ କଏଲର ଶୁଭ ଉଦ୍ଘାଟନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୁଝାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦ୍ଘାଟନ କରିଥିବା ବେଳେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେବା ପରେ ଏହା ମନ୍ତ୍ରୀ ଶ୍ରୀ ରୋହିତ ପୂଝାରୀଙ୍କ ପ୍ରଥମ ଗସ୍ତ । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଶ୍ରୀ ପୂଝାରୀଙ୍କ ସହ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଦେବକୀ ସାହୁ, ଜିଲ୍ଲାପାଳ ଚଂଚଳ ରାଣା, ପୌରପରିଷଦର ପୌରାଧ୍ୟକ୍ଷା ଶ୍ରୀମତୀ ଲିକା ସାହ,ଦେବଦତ୍ତ ବେହେରା ସଦର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ସରିତା ବାଗ,ଗୋଲାପ ବାଗ, ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀଙ୍କ ସହ ହସ୍ପିଟାଲ ଅଧୀକ୍ଷକ ମହେନ୍ଦ୍ର ନାୟକ ଓ ଭୀମଭୋଇ ହସ୍ପିଟାଲ ର କିଛି କର୍ମଚାରୀ ମାନେ ମଧ୍ୟ ଉପସ୍ଥିତ ଥିଲେ । ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ

