Type Here to Get Search Results !

‘ଦମନ’ ଚଳଚ୍ଚିତ୍ର ପ୍ରଦର୍ଶନକୁ କରମୁକ୍ତ ଘୋଷଣା କଲେ ମୁଖ୍ୟମନ୍ତ୍ରୀ



ଭୁବନେଶ୍ବର :- 

ଓଡିଶା ସରକାରଙ୍କ ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ଦମନ  ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି । ବାସ୍ତବ ଜୀବନରେ ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା ଯୋଗାଇ ବାରେ ଜଣେ ଯୁବ ଡାକ୍ତର ମାନବିକତା ସାରା ରାଜ୍ୟ ରେ ଲୋକ ଦେଖନ୍ତୁ ଅନୁସରଣ କରନ୍ତୁ ବୋଲି କହିଛନ୍ତି ନବୀନ।

ମ୍ୟାଲେରିଆ ନିରାକରଣ କାର୍ଯ୍ୟକ୍ରମ ଉପରେ ନିର୍ମିତ ଚଳଚ୍ଚିତ୍ର ‘ଦମନ’ର ପ୍ରଦର୍ଶନକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ପୂର୍ଣ୍ଣ ଟିକସ ମୁକ୍ତ ଘୋଷଣା କରିଛନ୍ତି। ମାଲକାନଗିରିର ଦୁର୍ଗମ ଅଞ୍ଚଳରେ ସ୍ୱାସ୍ଥ୍ୟସେବା ପାଇଁ ଜଣେ ଯୁବ ଡାକ୍ତର ମାନବିକତାର ଯେଉଁ ନୂଆ ଉଦାହରଣ ସୃଷ୍ଟି କରିଛନ୍ତି ତାହା ଏହି ଚଳଚ୍ଚିତ୍ରର ବିଷୟ ବସ୍ତୁ।

ସ୍ୱାସ୍ଥ୍ୟ ବିଭାଗ ସହ ସମସ୍ତ ସରକାରୀ କର୍ମଚାରୀମାନଙ୍କ ମଧ୍ୟରେ ସେବା ମନୋଭାବକୁ ଆହୁରି ମଜବୁତ୍ କରିବା ଦିଗରେ ଏହା ପ୍ରଭାବିତ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ରଖିଛନ୍ତି। ଏଥିସହ ଏକ ସୁସ୍ଥ ଓ ସଚେତନ ସାମାଜର ବିକାଶ ପାଇଁ ସରକାରଙ୍କ ସମସ୍ତ ବିଭାଗ ସମନ୍ଵୟ ରଖି କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ କରିଛନ୍ତି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.