Type Here to Get Search Results !

ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

ବଲାଙ୍ଗିର : -

ସେପ୍ଟେମ୍ବର ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ ଅନୁସାରେ ଆଜି ଜିଲ୍ଲାପାଙ୍କ ପୁରୁଣା ସଭାଗୃହରେ ଜନ-ଅଭିଯୋଗ ଶୁଣାଣୀ  ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଳ ରାଣା, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓ , ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ , ପୁଇଁତଳା ବିଡିଓ ଏବଂ ତହସିଲଦାର ଉପସ୍ଥିତ ଥିଲେ । ଏହି ଜନ-ଅଭିଯୋଗ ଶୁଣାଣୀରେ ସମୁଦାୟ ୨୧୯  ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ତନ୍ମଧ୍ୟରୁ ୧୭୭ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୪୨ ଟି ସାମୁହିକ ଦରଖାସ୍ତ ଥିଲା  । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ  ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୫୫ ଟି ମାମଲାର ଶୁଣାଣୀର ସମାଧାନ ସେହିସ୍ଥାନରେ  ହୋଇଛି ଏବଂ ବାକି ଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀ ଙ୍କୁ ଶୀଘ୍ର ଶୁଣାଣୀ କରିବାକୁ ଜିଲ୍ଲାପାଳ ନିର୍ଦେଶ ଦେଇଛନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୧୫ଜଣଙ୍କୁ ଏକ ଲକ୍ଷ ୬୦ ହଜାର ଟଙ୍କା ଓ ରେଡକ୍ରସ ପାଣ୍ଠି ଅନ୍ତର୍ଗତ ୩ ଜଣଙ୍କୁ ୪୬ହଜାର ଟଙ୍କା ସହାୟତା ମଞ୍ଜୁର କରାଯାଇଛି । ରେଡକ୍ରସ ପାଣ୍ଠି ଅନ୍ତର୍ଗତ ଗୌଡ ରଣାଙ୍କୁ ତିରିଶ ହଜାର ଟଙ୍କା, ଅସିମ ସୁନା ଦଶହଜାର , ଫୁଲମତି ବାଗ ଛଅ ହଜାର ଦିଆଯାଇଛି  ।ବଲାଙ୍ଗିର ଜିଲ୍ଲା ରୁ ଅନ୍ତର୍ଯ୍ୟାମୀ ସାହୁ ଙ୍କ ରିପୋର୍ଟ୍ 

Post a Comment

0 Comments
* Please Don't Spam Here. All the Comments are Reviewed by Admin.