Type Here to Get Search Results !

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ



ଭୁବନେଶ୍ୱର :-

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଦିନକୁ ସରକାରୀ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ପୁରୀଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଭକ୍ତି ଓ ଉତ୍ସାହର ସହିତ ଅନୁଷ୍ଠିତ ହେବାକୁ ଯାଉଛି। ଏହି ପ୍ରକଳ୍ପ ହେବ ଓଡିଆ ଅସ୍ମିତାର ଅନନ୍ୟ ନିଦର୍ଶନ। ଜଗତର ନାଥ ଓ ଆରାଧ୍ୟ ଦେବତା ତଥା ସର୍ବଧର୍ମ ସମନ୍ୱୟର ପ୍ରତୀକ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନେ ଯେପରି ଆନନ୍ଦର ସହ ଏହି କାର୍ଯ୍ୟକ୍ରମରେ ଯୋଗଦାନ କରି ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଜାନୁଆରୀ ୧୭ ତାରିଖ ଦିନଟିକୁ ସରକାରୀ ଛୁଟି ଭାବରେ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୧୭ ତାରିଖ ଦିନ ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ତଥା ସ୍କୁଲ ଓ କଲେଜ ବନ୍ଦ ରହିବ। ବ୍ୟୁରୋ ରିପୋର୍ଟ 

Post a Comment

0 Comments
* Please Don't Spam Here. All the Comments are Reviewed by Admin.