Type Here to Get Search Results !

ରାଷ୍ଟ୍ରପତି ଙ୍କ ଓଡିଶା ଗସ୍ତ କୁ ନେଇ ଉଚ୍ଚସ୍ତରୀୟ ବୈଠକ


ଭୁବନେଶ୍ୱର :-

ଫେବୃୟାରୀ ୨୮ରୁ ମାର୍ଚ୍ଚ ୨ ତାରିଖ ମଧ୍ୟରେ  ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କର ଓଡ଼ିଶା ଗସ୍ତ (ମୟୂରଭଂଜ, କେନ୍ଦୁଝର, ବ୍ରହ୍ମପୁର, ଭୁବନେଶ୍ୱର, କଟକ ଓ ସମ୍ବଲପୁରରେ) ପରିପ୍ରେକ୍ଷୀରେ ଆଜି ପୂର୍ବାହ୍ନରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ପ୍ରଶାସନିକ ପ୍ରସ୍ତୁତି ନିମନ୍ତେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।

ମାନ୍ୟବର ରାଷ୍ଟ୍ରପତିଙ୍କ ପ୍ରମୁଖ କାର୍ଯ୍ୟକ୍ରମ ମଧ୍ୟରେ  ଫେବୃୟାରୀ ୨୮ ତାରିଖରେ ରାଇରଙ୍ଗପୁରରେ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ୨୯ ତାରିଖ ସକାଳେ ମା’ କୀଚକେଶ୍ୱରୀ ମନ୍ଦିର ପରିଦର୍ଶନ, କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାଳୟରେ କେନ୍ଦୁଝରର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ର ଉଦଘାଟନ କରିବେ।


ସେହି ଦିନ ଅପରାହ୍ନରେ ଭୁବନେଶ୍ୱର ଯାତ୍ରା କରି ଉତ୍କଳ ବିଶ୍ୱବିଦ୍ୟାଳୟର ୫୩ ତମ ସମାବର୍ତ୍ତନ ଉତ୍ସବରେ  ଯୋଗଦେବେ। ମାର୍ଚ୍ଚ ୧ ତାରିଖରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ମାନ୍ୟବର ରାଷ୍ଟ୍ରପତିଙ୍କର ମାର୍ଚ୍ଚ ୨  ତାରିଖରେ ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।ମାନ୍ୟବର ରାଷ୍ଟ୍ରପତି ଓଡିଶାରେ ପହଁଚିବାଠାରୁ ଆରମ୍ଭ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ରାଜ୍ୟ ପ୍ରଶାସନ ଏବଂ ସଂପୃକ୍ତ ଜିଲ୍ଲା ପ୍ରଶାସନ ତରଫରୁ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ବୈଠକରେ ବିସ୍ତୃତ ଆଲୋଚନା କରାଯାଇଥିଲା।



Post a Comment

0 Comments
* Please Don't Spam Here. All the Comments are Reviewed by Admin.