Type Here to Get Search Results !

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା: ଓସେପାର ମେରିଟ୍‌ ଲିଷ୍ଟ ହାଇକୋର୍ଟରେ ଖାରଜ


କଟକ :-

କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲାରେ ଓସେପାର ମେରିଟ୍‌ ଲିଷ୍ଟ ମଙ୍ଗଳବାର ହାଇକୋର୍ଟରେ ଖାରଜ ହୋଇଯାଇଛି। ଏହାସହ ଜିଲାଓ୍ବାରୀ ମେରିଟ୍‌ ଲିଷ୍ଟ ମଧ୍ୟ ଖାରଜ କରିଦେଇଛନ୍ତି କୋର୍ଟ। ନିଯୁକ୍ତି ନିୟମାବଳୀ ଅନୁଯାୟୀ ସାନି ମେରିଟ୍‌ ଲିଷ୍ଟ ପ୍ରକାଶ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

୨୦୨୩ ଅକ୍ଟୋବର ୨୩ ତାରିଖରେ ପ୍ରାୟ ୨୦ ହଜାର ଜୁନିଅର ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ କିଛିଦିନ ପୂର୍ବେ ଓସେପା ପକ୍ଷରୁ ୧୮ ହଜାର ୮୦୫ ଜଣ ପ୍ରାର୍ଥୀଙ୍କ ମେରିଟ ଲିଷ୍ଟ ପ୍ରକାଶ ପାଇଥିଲା। ଏଥିରେ ଦୁର୍ନୀତି ଓ ଅନିୟମିତତା ହୋଇଥିବା ଅଭିଯୋଗ କରି ଆଶାୟୀ ପ୍ରାର୍ଥୀମାନେ ଆନ୍ଦୋଳନ ଆରମ୍ଭ କରିଥିଲେ। କେଉଁ ଆଧାରରେ କନିଷ୍ଠ ଶିକ୍ଷକଙ୍କ ପାଇଁ ହୋଇଥିବା ପରୀକ୍ଷା ଫଳ ପ୍ରକାଶ ପାଇଛି ତାହା ଜଣାଇବାକୁ ପ୍ରାର୍ଥୀମାନେ ଦାବି କରିଥିଲେ। ପରୀକ୍ଷାରେ କଟଅଫ ମାର୍କ କେତେ ରହିଥିଲା ଓ କାହାର କେତେ ମାର୍କ ରହିଛି ସେ ସବୁର ତଥ୍ୟ ଦେବାକୁ ଆଶାୟୀ ପ୍ରାର୍ଥୀମାନେ ଦାବି କରି ହାଇକୋର୍ଟ ଯାଇଥିଲେ। ମାମଲାର ପ୍ରାରମ୍ଭିକ ଶୁଣାଣି କରି ଗତ ଜାନୁଆରୀ ୧୯ରେ ନିଯୁକ୍ତି ପ୍ରକ୍ରିୟା ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଥିଲେ।

Post a Comment

0 Comments
* Please Don't Spam Here. All the Comments are Reviewed by Admin.