Type Here to Get Search Results !

ବଢିବ ତାତି, ଗୁଳୁଗୁଳି, ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା


ଭୁବନେଶ୍ୱର :-

ରବିବାର ଠାରୁ ହେବ ପାଗରେ ପରିବର୍ତ୍ତନ। ଦୁଇ ଦିନ ପରେ ରାଜ୍ୟରେ ପାରଦ ଉପରମୁହାଁ ହେବ। ପାଗ ଶୁଖିଲା ରହିବା ସହ ମେଘମୁକ୍ତ ଆକାଶ ପାଇଁ ବଢିବ ତାତି। ଉପାନ୍ତରୁ ଉପକୂଳ ସବୁଠି ହେବ ଅସମ୍ଭାଳ ତାତି। ସ୍ୱଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ଉପକୂଳ ଓଡିଶା ଅପେକ୍ଷା ଆଭ୍ୟନ୍ତରୀଣ ଓଡିଶାରେ ଅସମ୍ଭାଳ ତାତି ହେବ। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଛୁଇଁବା ସମ୍ଭାବନା ରହିଛି। ଉପକୂଳ ଓଡିଶାରେ ତାତି ସହ ଗୁଳୁଗୁଳି ଅସବ୍ୟସ୍ତ କରିବ। ଭୁବନେଶ୍ୱର ସମେତ କଟକ, ଖୋର୍ଦ୍ଧାରେ ତାତି ବଢିବ। ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର, ନୟାଗଡ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ବରଗଡ, ଅନୁଗୁଳ ଓ ଢେଙ୍କାନାଳରେ ଗ୍ରୀଷ୍ମ ପ୍ରବାହ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶନିବାର ସୂଚନା ମିଳିଛି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.