ଭୁବନେଶ୍ବର:-
କୁଏତରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ଆତ୍ମୀୟଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଦୁଇ ମୃତକ ହେଉଛନ୍ତି ସନ୍ତୋଷ ଗୌଡ଼ ଓ ମହମ୍ମଦ ଜହୁର। ଦୁହିଁଙ୍କ ମୃର ଶରୀର ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡ଼ା ଓ ମନ୍ତ୍ରୀ ପରିଷଦର ସଦସ୍ୟମାନେ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ।