Type Here to Get Search Results !

ଟ୍ରାକ୍ଟରକୁ ଧକ୍କା ଦେଲା କାର୍‌, ପରେ କାର୍‌କୁ ପିଟି ଦେଲା ଟ୍ରକ୍‌; ଚାଲିଗଲା ୪ ବନ୍ଧୁଙ୍କ ଜୀବନ

 



ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଲଛିପୁର ଗାଁ ନିକଟରେ ୧୬ ନମ୍ବର ରାଜ୍ୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ଘଟିଛି।

ମୃତକମାନେ ହେଉଛନ୍ତି ଖଡ଼ିଆଳ ସହରର ଋଷି ସାହୁ, ଶୁଭମ ମହାଉତି, ବଣ୍ଟି ଲାଲ ସିଂହ ଓ ଗୋଇମୁଣ୍ଡା ଗ୍ରାମର ଦେବରାଜ ପଟେଲେ। ଏହି ୪ ସାଙ୍ଗ ଗତକାଲି ରାତିରେ କାର ଯୋଗେ ତୁକୁଳା ଗାଁକୁ ଏକ ଜନ୍ମବାର୍ଷିକୀ ଭୋଜି ଖାଇବାକୁ ଯାଇଥିଲେ।

ରାତି ପ୍ରାୟ ୧୨ଟା ବେଳେ ସେମାନେ ଖଡ଼ିଆଳ ଅଭିମୁଖେ ଫେରୁଥିବା ବେଳେ ଲଛିପୁର ଗାଁ ନିକଟରେ ଏକ ଟ୍ରାକ୍ଟର ସହିତ ସେମାନଙ୍କର ଧକ୍କା ହୋଇଥିବା କୁହାଯାଉଛି। ଏହା ପରେ ପରେ ଉକ୍ତ ରାସ୍ତା ଦେଇ ଦ୍ରୁତଗତିରେ ଯାଉଥିବା ଏକ ଟ୍ରକ୍ ସେମାନଙ୍କ କାରକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୪ ବନ୍ଧୁଙ୍କର ମୃତ୍ୟୁ ଘଟିଥିଲା।

Post a Comment

0 Comments
* Please Don't Spam Here. All the Comments are Reviewed by Admin.