Type Here to Get Search Results !

୪ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବିଶ୍ବପ୍ରସିଦ୍ଧ ରଥଯାତ୍ରା ହୋଇପାରନ୍ତି ସାମିଲ

 





ଥଯାତ୍ରାରେ ଯୋଗ ଦେଇପାରନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଏଥର ରଥଯାତ୍ରାରେ ସାମିଲ ହେବା ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନା ଅନୁଯାୟୀ, ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ୪ ଦିନିଆ ଓଡ଼ିଶା ଗସ୍ତରେ ଆସିପାରନ୍ତି ରାଷ୍ଟ୍ରପତି। ଏହି ସମୟରେ ରାଷ୍ଟ୍ରପତିଙ୍କର ପୁରୀ ଓ ଭୁବନେଶ୍ୱରର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବାର ରହିଛି।

ଏଥିସହ ରଥଯାତ୍ରାରେ ଯୋଗ ଦେଇପାରନ୍ତି ବୋଲି ବିଶେଷ ସୂତ୍ରରୁ ସୂଚନା ମିଳିଛି। ସେହିପରି ରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ଖଣ୍ଡଗିରିରେ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇପାରନ୍ତି। ତେବେ ରାଷ୍ଟ୍ରପତି ଓଡ଼ିଶା ଆସିବା ନେଇ ରାଷ୍ଟ୍ରପତି ଭବନରୁ ବିଧିବଦ୍ଧ ସୂଚନା ମିଳି ନାହିଁ ।

ଅନ୍ୟପକ୍ଷରେ ଆସନ୍ତା ୭ ତାରିଖରେ ପୁରୀର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ପ୍ରସ୍ତୁତି।।ଘୋଷଯାତ୍ରାକୁ ଶୃଙ୍ଖଳିତ, ସୁରକ୍ଷିତ ଓ ବ୍ୟବସ୍ଥିତ କରିବା ପାଇଁ ଆଜି ବସିବ ରଥଯାତ୍ରା ଦ୍ୱିତୀୟ ସମନ୍ୱୟ କମିଟି ବୈଠକ। ପୁରୀ ଟାଉନ୍ ହଲ ପରିସରରେ ଦିନ ୧୧ଟାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିବ। ଏଥିରେ ରଥଯାତ୍ରା ସୁପରିଚାଳନା ନେଇ ବିସ୍ତୃତ ସମୀକ୍ଷା କରାଯିବ। ବିଶେଷ କରି ପୂର୍ବରୁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଆଲୋଚନା ହେବ। ବୈଠକରେ ବିଭିନ୍ନ ବିଭାଗର ମନ୍ତ୍ରୀ, ଆଇନ ସଚିବ, ଆରଡିସି, ପୁଲିସ ବିଭାଗର ଅଧିକାରୀ, ପୁରୀ ଜିଲ୍ଲାପାଳ, ଏସପି ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ରଥ ପ୍ରସ୍ତୁତି, ନୀତି ନିର୍ଘଣ୍ଟ ଅନୁଯାୟୀ ବିଶେଷ ବ୍ୟବସ୍ଥା, ଆଇନ ଶୃଙ୍ଖଳା, ଟ୍ରାଫିକ ସୁନିୟନ୍ତ୍ର, ସ୍ୱାସ୍ଥ୍ୟ ବିଭାଗର ପ୍ରସ୍ତୁତି, ପରିମଳ ବ୍ୟବସ୍ଥା, ରାସ୍ତାଘାଟ, ରେଳ ଚଳାଚଳ, ପରିବହନ ବ୍ୟବସ୍ଥା ଦିଗ ଉପରେ ଆଲୋଚନା ହେବ। ଜୁଲାଇ ୭ ଓ ୮ ଦୁଇ ଦିନ ଧରି ରଥଯାତ୍ରା ଚାଲିବାକୁ ଥିବାରୁ ଉଭୟ ପୁଲିସ ପ୍ରଶାସନ ଓ ନୂଆ ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି।

         

Tags

Post a Comment

0 Comments
* Please Don't Spam Here. All the Comments are Reviewed by Admin.