ରାଜ୍ୟରେ ମୋହନ ସରକାର ଆରମ୍ଭ ହେବା ଦିନରୁ, ନିର୍ବାଚନ ସମୟରେ ଦେଇଥିବା ବିଭିନ୍ନ ପ୍ରତିଶ୍ରୁତି ପୂରଣ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରଥମ ଦିନରେ ଚାରିଟି ପ୍ରତିଶ୍ରୁତି ଉପରେ କ୍ୟାବିନେଟ୍ ମୋହର ମାରିବା ସହ ଶୀଘ୍ର ପୂରଣ ପାଇଁ ଘୋଷଣା କରିଛନ୍ତି । ସେହି ଘୋଷଣା ଭିତରେ ସବୁଠାରୁ ଚର୍ଚ୍ଚାରେ ରହିଛି ସୁଭଦ୍ରା ଯୋଜନା ।
ମହିଳାଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ ପାଇଁ ମୋହନ ସରକାର ପ୍ରଥମ କ୍ୟାବିନେଟରେ ସୁଭଦ୍ରା ଯୋଜନାରେ ମୋହର ମାରିଛନ୍ତି । ଆଉ ୧୦୦ ଦିନ ଭିତରେ ଏହାକୁ କାର୍ଯ୍ୟକାରୀ କରିବାକୁ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ଏବେ ଏହି ଯୋଜନାକୁ ନେଇ ସବୁଠି ଚର୍ଚ୍ଚା । ଆଉ ଏହାରି ଭିତରେ କେଉଁମାନେ ଓ କେମିତି ଆବେଦନ କରିବେ? କେଉଁ ପ୍ରମାଣପତ୍ର ଦାଖଲ କରିବାକୁ ପଡିବ ସେ ନେଇ ଆସିଛି ତଥ୍ୟ ।
ଯୋଗ୍ୟ ହିିତାଧିକାରୀ ହୋଇଥିଲେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଧାରିତ ୱେବସାଇଟରେ ଆବେଦନ କରିବାକୁ ପଡିବ । ଆବେଦନକାରୀମାନେ ୱେବସାଇଟକୁ ଯାଇ ନିଜର ତଥ୍ୟ ପୂରଣ କରି ଆବେଦନ କରିବେ ।
ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଏହି ସବୁ ଯୋଗ୍ୟତା ଆବଶ୍ୟକ ବୋଲି ଆଲୋଚନା ହେଉଛି । କିନ୍ତୁ ସରକାରଙ୍କ ପକ୍ଷରୁ ଏ ପର୍ଯ୍ୟନ୍ତ ବିଧିବଦ୍ଧ ଭାବେ ନୋଟିଫିକେସନ ଆସିନାହିଁ । ଖୁବଶୀଘ୍ର ନୋଟିଫିକେସନ ଆସିବ ଓ ଅନଲାଇନ ଆବେଦନ ଆରମ୍ଭ ହେବ ବୋଲି କୁହାଯାଉଛି ।
ଅନ୍ୟପଟେ ଗତକାଲି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା ବିଭାଗୀୟ ବୈଠକ ନେବାବେଳେ ସୁଭଦ୍ରା ଯୋଜନାକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି । ଏବଂ ସୁଭଦ୍ରା ଯୋଜନା ପାଇଁ ସ୍ୱତନ୍ତ୍ର ମାର୍ଗଦର୍ଶିକା ପ୍ରସ୍ତୁତ କରି ୧୦୦ ଦିନ ଭିତରେ କାର୍ଯ୍ୟକରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

.jpeg)