Type Here to Get Search Results !

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ; ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ

 




୩ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକବର୍ଦ୍ଧନ ସିଂଦେଓ। ରାଜ୍ୟରେବିଜେପି ସରକାର କରିବା ପରେ ଏବଂ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରେ ଏହା ସମସ୍ତଙ୍କ ପ୍ରଥମ ଦିଲ୍ଲୀ ଗସ୍ତ।ଆଜି ମଧ୍ୟାହ୍ନ ଗୋଟାଏରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ମୁଖ୍ୟମନ୍ତ୍ରୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।ସେ଼ହିପରି ଅପରାହ୍ନରେ ପ୍ରଧାନମନ୍ତ୍ରୀ ମୋଦି ଓ କେନ୍ଦ୍ରମନ୍ତ୍ରୀ ଗଡ଼କରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ଓ ଦୁଇ ମୁଖ୍ୟମନ୍ତ୍ରୀ ଭେଟି ରାଜ୍ୟ ପ୍ରସଙ୍ଗରେ ଆଲୋଚନା କରିବା ସହ ରଥଯାତ୍ରାକୁ ନିମନ୍ତ୍ରଣ କରିବାର ସୂଚନା ରହିଛି। ଏଥିସହ ସେମାନେ ବିଜେପିର କିଛି ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଥିବା ଜଣାଯାଇଛି।

ଏଥିସହ ରାଜ୍ୟ ପାଇଁ ଆଗାମୀ ଶହେ ଦିନର ରୋଡ ମ୍ୟାପ୍ ମଧ୍ୟ ପ୍ରସ୍ତୁତ କରାଯିବ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ଏନେଇ ମୋହନ ମାଝୀ ସିଧାସଳଖ ପ୍ରଧାନମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି।



Post a Comment

0 Comments
* Please Don't Spam Here. All the Comments are Reviewed by Admin.