ଭୁବନେଶ୍ୱର:-
ବୁଧବାର ରାଜ୍ୟର ଅନେକ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହେବ । ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ୨୦ ତାରିଖ ସୁଦ୍ଧା ଅଧା ଓଡ଼ିଶା ଛୁଇଁବ ମୌସୁମୀ । ୨୪ ତାରିଖ ସୁଦ୍ଧା ପୂରା ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଶେଷଜ୍ଞ ପୂର୍ବାନୁମାନ କରିଛନ୍ତି । ଆଜି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି ।
ଅନେକ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ହୋଇପାରେ ବୋଲି ସୋଆ ଜଳବାୟୁ ଓ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି । ଉପକୂଳ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ । ଏବେ ମାଲକାନଗିରିରେ ମୌସୁମୀ ବାୟୁ ଅଟକିଛି । ୨୦ ତାରିଖ ସୁଦ୍ଧା ବହୁ ସ୍ଥାନକୁ ଅଗ୍ରସର ହେବ । ୨୪ ତାରିଖ ସୁଦ୍ଧା ପୂରା ଓଡ଼ିଶା ଛୁଇଁଯିବ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ୧୯ ତାରିଖରେ ଉପକୂଳ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ବଲାଙ୍ଗିରରେ ପବନ ବହିବା ଓ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ।