ପୁରୀ:-
ରଥଯାତ୍ରାର ଚୂଡ଼ାନ୍ତ ସମନ୍ୱୟ କମିଟି ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨ ତାରିଖ ଦିନ ଟାଉନ୍ ହଲ୍ଠାରେ ହେବ । ପୂର୍ବାହ୍ନ ୧୧ଟା ୧୫ମିନିଟ୍ରେ ଏହି ବୈଠକ ବସିବ । ଏନେଇ ପ୍ରଶାସନ ପକ୍ଷରୁ ସୂଚିତ କରାଯାଇଛି । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ରାଜ୍ୟ ମନ୍ତ୍ରିମଣ୍ଡଳର ବହୁ ମନ୍ତ୍ରୀ ଓ ସଚିବଙ୍କ ସମେତ ବରିଷ୍ଠ ପୁଲିସ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।


