ଭୁବନେଶ୍ବର:-
ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡିର ୬ ନେତା ଓ ପୂର୍ତ୍ତ ସଚିବଙ୍କ ନାଁରେ ଭୁବନେଶ୍ବରର ମଞ୍ଚେଶ୍ବର ଥାନାରେ ଏତଲା ଦେଇଛି ନିଖିଳ ଓଡ଼ିଶା ଠିକାଦାର ମହାସଂଘ। ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ପ୍ରଫୁଲ୍ଲ କୁମାର ମଲ୍ଲିକ, ପ୍ରତାପ ଜେନା, ସୁଦାମ ମାରାଣ୍ଡି, ସୁଶାନ୍ତ ସିଂହ, ରଘୁନନ୍ଦନ ଦାସ ଏବଂ ପୂର୍ତ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଥିବା ବୀର ବିକ୍ରମ ଯାଦବଙ୍କ ନାଁରେ ଏତଲା ଦିଆଯାଇଛି।


