Type Here to Get Search Results !

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍, ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲ ଖୋଲିବ

 


ଭୁବନେଶ୍ୱର :-

ଓଡ଼ିଶାରେ ଲାଗୁ ହେଲା ପିଏମ୍ ଶ୍ରୀ ସ୍କୁଲ୍। ଓଡ଼ିଶାର ପ୍ରତ୍ୟେକ ବ୍ଲକ ଏବଂ ପୌରାଞ୍ଚଳରେ ଦୁଇଟି ଲେଖାଏଁ ସ୍କୁଲକୁ ପିଏମ୍ ଶ୍ରୀସ୍କୁଲରେ ବିକଶିତ କରାଯିବ। ରାଜ୍ୟର ପିଏମଶ୍ରୀ ସ୍କୁଲ ଖୋଲିବା ନେଇ ଶିକ୍ଷା ରାଷ୍ଟ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀ ଏବଂ ଓଡ଼ିଶାର ଶିକ୍ଷା ସଚିବଙ୍କ ଉପସ୍ଥିତିରେ ଏମଓୟୁ ସ୍ୱାକ୍ଷରିତ ହୋଇଛି।

ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପୂର୍ଣ୍ଣ ଭାବନାକୁ ନେଇ କାର୍ଯ୍ୟ କରିବ ତଥା ସମସ୍ତ ମୌଳିକ ଉପାଦାନକୁ ପ୍ରଦର୍ଶିତ କରିବ । ଏହା ସବୁ ବିଦ୍ୟାଳୟ ପାଇଁ ଏକ ଉଦାହରଣ ଭାବରେ କାର୍ଯ୍ୟ କରିବ ।

ଏହି ସ୍କୁଲ ଗୁଡିକ ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ହୋଇଥିବା ପାଠ୍ୟକ୍ରମ ଓ ପାଠପଢାର ପଦ୍ଧତି, ଶିକ୍ଷକ ମାନଙ୍କର ପରିବର୍ଦ୍ଧିତ ଦକ୍ଷତାକୁ ଗୋଟିଏ ସ୍କୁଲରେ ପରିପ୍ରକାଶ କରିବ । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ରାଜ୍ୟରେ ଏହାକୁ ଲାଗୁ କରାଯିବ। ରାଜ୍ୟରେ ପାଖାପାଖି ୮୦୦ଟି ସ୍କୁଲ ପିଏମ ଶ୍ରୀ ସ୍କୁଲରେ ବିକଶିତ ହେବାର ଯୋଜନା ରହିଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରାଥମିକତାରେ ପିଏମ ଶ୍ରୀ ସ୍କୁଲ ଯୋଜନା ରହିଛି। ଜାତୀୟ ଶିକ୍ଷା ନୀତିର କଳ୍ପନାକୁ କାର୍ଯ୍ୟକାରୀ କରିବା ଦିଗରେ ପିଏମ ଶ୍ରୀ ସ୍କୁଲ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ। ଏଥିରେ ନବସୃଜନ ଆଧାରିତ, ନୂତନ ପ୍ରଯୁକ୍ତିବିଦ୍ୟା, ସ୍ମାର୍ଟ କ୍ଲାସ ରୁମ ଏବଂ କ୍ରୀଡ଼ା ସହ ଅନ୍ୟାନ୍ୟ ଦିଗକୁ ଗୁରୁତ୍ୱ ଦିଆଯିବ। ଏହି ପଦକ୍ଷେପ ଓଡ଼ିଶା ଲକ୍ଷାଧିକ ଛାତ୍ରଛାତ୍ରୀଙ୍କୁ ଲାଭ ଦେବ, ଗୁଣାତ୍ମକ ଶିକ୍ଷା ହେବ ସର୍ବବ୍ୟାପୀ ଓ ସର୍ବସ୍ପର୍ଶୀ ହେବ ବୋଲି କୁହାଯାଇଛି।



Post a Comment

0 Comments
* Please Don't Spam Here. All the Comments are Reviewed by Admin.