Type Here to Get Search Results !

୧୯ରେ ଆଉ ଏକ ଲଘୁଚାପ; ସପ୍ତାହେ ଛେଚିବ

 


ଗୋଟିଏ ଲଘୁଚାପ ନ ଯାଉଣୁ, ଆସୁଛି ଆଉ ଏକ ଲଘୁଚାପ। ଗତ ସୋମବାର ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗରର ପଶ୍ଚିମ କେନ୍ଦ୍ର ସଂଲଗ୍ନ ଉତ୍ତରପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଭୁବନେଶ୍ୱର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି, ୧୯ ତାରିଖରେ ଦକ୍ଷିଣ ଓଡ଼ିଶା ଉପକୂଳର ବଙ୍ଗୋପସାଗର ଏବଂ ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ଭାଗରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।

ଏହା ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଆଗାମୀ ୭ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ।

ସେହିପରି ଆଜି ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ସହ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି ଏବଂ କୋରାପୁଟ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୮ ତାରିଖରେ ମଧ୍ୟ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ , ଖୋର୍ଦ୍ଧା, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।



Post a Comment

0 Comments
* Please Don't Spam Here. All the Comments are Reviewed by Admin.