ଆଜି ପୁଣି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୧ଟାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଅଭିଯୋଗ ଶୁଣାଣି ହେବ। ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗରେ ମୁଖ୍ୟମନ୍ତ୍ରୀ ଶୁଣାଣି କରିବେ। ଏଥିପାଇଁ ଲୋକେ ଦିନ ୮ଟାରୁ ୧୨ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପଞ୍ଜିକରଣ କରିପାରିବେ।

