ଏହି ସମୟ ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଆଜି ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନ ଓ ଉତ୍ତର ଓଡ଼ିଶାର ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାର ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଜୁନ ୧ରୁ ଜୁଲାଇ ୮ ମଧ୍ୟରେ ରାଜ୍ୟରେ ୨୧୧.୬ ମି.ମି. ବର୍ଷା ହୋଇଛି। ଯାହାକି ସ୍ବାଭାବିକ ବର୍ଷା ୨୮୫.୮ ମି.ମି. ତୁଳନାରେ ବହୁ ପରିମାଣରେ ନିଅଣ୍ଟିଆ ରହିଛି।