ଭୁବନେଶ୍ୱର:-
ସକ୍ରିୟ ରହିଛି ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ପ୍ରଭାବରେ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେବେ ଆଜି କେନ୍ଦୁଝର , ମୟୁରଭଞ୍ଜ, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।
୭ ତାରିଖରେ କନ୍ଧମାଳ, ଗଞ୍ଜାମ, କୋରାପୁଟ ଓ ମାଲକାନଗିରି ଜିଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।


