Type Here to Get Search Results !

ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ; ୱାର୍ଣ୍ଣିଂ ଜାରି

 


    

ଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖ ଯାଏ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

ସେହିପରି ୩୧ ତାରିଖ ବୁଧବାର ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ ଓ ନୟାଗଡ଼ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ବୌଦ୍ଧ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧ ତାରିଖ ଗୁରୁବାର ଅନୁଗୋଳ, ବୌଦ୍ଧ, ନୟାଗଡ଼, ଢେଙ୍କାନାଳ ଓ କଟକ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ସମ୍ୱଲପୁର, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖ ଶୁକ୍ରବାର ମୟୂରଭଞ୍ଜ,କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।



Post a Comment

0 Comments
* Please Don't Spam Here. All the Comments are Reviewed by Admin.