Type Here to Get Search Results !

ଚାଷୀଙ୍କ ପାଇଁ ବଡ ଖବର, ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ପ୍ରବଳ ବର୍ଷା!

 


ଆଞ୍ଚଳିକ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଝାଡଖଣ୍ଡ ଓ ଏହାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଉପରେ ରହିଛି ଘୂର୍ଣ୍ଣିବଳୟ । ଏହା ସହିତ ରାଜ୍ୟ ଉପରେ ମୌସୁମୀ ଟ୍ରପ୍‌ ଲାଇନ୍ ସକ୍ରିୟ ରହିଛି ।

ଯାହା ଫଳରେ ରାଜ୍ୟରେ ବର୍ଷା ଲାଗି ରହିଛି । କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବା ସହିତ ଚାଷ କାର୍ଯ୍ୟ ପ୍ରଭାବିତ ହେବାର ସମ୍ଭାବନା ରହିଛି ।

ଆଜି ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଫଳରେ ଆସନ୍ତାକାଲି ଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ। ଅଗଷ୍ଟ ୩ ଯାଏଁ ଲାଗି ରହିବ ବର୍ଷା। ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିବ ।

ଆସନ୍ତା ୨୪ ଘଣ୍ଟାରେ ୫ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ୫ ଜିଲ୍ଲା ହେଉଛି କେନ୍ଦୁଝର, ଢେ଼ଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ଦେବଗଡ଼ । ଏହି ୫ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏ ନେଇ ଆକଳନ କରିଛି ପାଣିପାଗ ବିଭାଗ 



Post a Comment

0 Comments
* Please Don't Spam Here. All the Comments are Reviewed by Admin.