Type Here to Get Search Results !

କୋଟିପତି ଅତିରିକ୍ତ ମୁଖ୍ୟଯନ୍ତ୍ରୀ; ବିଭିନ୍ନ ଜିଲ୍ଲାରେ ଘର ସାଙ୍ଗକୁ ଅଛି ଆପାର୍ଟମେଣ୍ଟ

 


ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ପୁଣି ଜଣେ ବଡ଼ ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଭିଜିଲାନ୍ସ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ାଉ କରିଛି। କଟକ,ଖୋର୍ଦ୍ଧା, ଭଦ୍ରକଓ ଯାଜପୁର ଓ ଭୁବନେଶ୍ୱରର ୧୨ଟି ସ୍ଥାନରେ ଚଢ଼ାଉ କରାଯାଇଛି।

ପ୍ରଦୀପଙ୍କ ଭୁବନେଶ୍ୱର ସତ୍ୟବିହାର ସ୍ଥିତ ଘର ଓ ଚନ୍ଦ୍ରଖେଶରପୁରରେ ଥିବା ଆପାର୍ଟମେଣ୍ଟ ,ଭଦ୍ରକ ଆଚାର୍ଯ୍ୟ ନଗରରେ ଥିବା ଘର, ଆଗରପଡ଼ାରେ ଥିବା ପୈତୃକଘର ଓ କଟକ ବାରବାଟୀ ଷ୍ଟାଡିୟମ୍ ପରିସରରେ ଥିବା ଅଫିସରେ ଏହି ଚଢ଼ାଉ କରାଯାଇଛି।

ସେହିପରି ଭୁବନେଶ୍ୱର ଇନ୍ଦ୍ରଧନୁ ମାର୍କେଟରେ ପ୍ରଦୀପଙ୍କ ପୁଅ ନାଁରେ ଥିବା ମେଡିସିନ ଦୋକାନରେ ଚଢ଼ାଉ କରାଯାଇଥିବା ସୂଚନା ରହିଛି। ପ୍ରଦୀପଙ୍କ ଯାଜପୁର ଓ ଖୋର୍ଦ୍ଧାରେ ଥିବା ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢ଼ାଉ କରାଯାଇଛି।

ପ୍ରଦୀପ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ଭୋର ପ୍ରାୟ ୪ଟା ସମୟରେ ୧୨ ଟି ସ୍ଥାନରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୯ ଡିଏସପି ସହ ୧୧ ଇନ୍ସପେକ୍ଟର ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, କିଛିଦିନ ତଳେ ବାଲେଶ୍ୱର ଜଳସେଚନ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ପ୍ରଭାସ ଚନ୍ଦ୍ର ପ୍ରଧାନଙ୍କୁ ଘରେ ଭିଜିଲାନ୍ସ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଓଡ଼ିଶା ସମେତ ପଶ୍ଚିମବଙ୍ଗରେ ୮୫ଟି ପ୍ଲଟ୍, ଜଳେଶ୍ୱରରେ ୫ ମହଲା କୋଠ , ନଗଦ ୧୧ ଲକ୍ଷ ୭୦ ହଜାର ୯୮୦ ଟଙ୍କା , ୩୩୪.୫୫ ଗ୍ରାମର ସୁନା ଅଳଙ୍କାର, ଗୋଟିଏ ସୁନା ବିସ୍କୁଟ, ବ୍ୟାଙ୍କ, ପୋଷ୍ଟାଲ ଓ ବୀମା ଜମା ବାବଦକୁ ୭୮ ଲକ୍ଷ ୨ହଜାର ୭୭୯ ଟଙ୍କା ଜବତ କରାଯାଇଥିଲା।



Post a Comment

0 Comments
* Please Don't Spam Here. All the Comments are Reviewed by Admin.