Type Here to Get Search Results !

୮ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବ

 


ଟ୍ରପଲାଇନର ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ତୁହାକୁ ତୁହା ବର୍ଷା। ଆଜି ସକାଳ ୮ଟା ୩୦ ଯାଏଁ ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦେଖି ୨୭ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପାଣିପାଗ ବିଭାଗର ଆକଳନ ଅନୁସାରେ, ୮ ତାରିଖ ଯାଏ ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ସ୍ଥାନରେ ଭାରୀ ବର୍ଷା ହେବ ।

୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ ।

କିଛି ସ୍ଥାନରେ ୭୦ରୁ ୧୧୦ମିମି ପର୍ଯ୍ୟନ୍ତ ବର୍ଷା ହେବ । ୮ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ ।



Post a Comment

0 Comments
* Please Don't Spam Here. All the Comments are Reviewed by Admin.