Type Here to Get Search Results !

ଆଜି ଲଘୁଚାପର ରୂପ ନେଇପାରେ ଘୂର୍ଣ୍ଣିବଳୟ, ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା

 


ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଦ୍ୱାରା ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଜଣାପଡ଼ିଛି। ଏହି ଲଘୁଚାପ ପଛକୁ ଆଉ ଏକ ଲଘୁଚାପ ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ତେଣୁ ରାଜ୍ୟରେ ପ୍ରାୟ ମାସ ଶେଷ ପର୍ଯ୍ୟନ୍ତ ବର୍ଷା ଜାରି ରହିପାରେ ବୋଲି ଅନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ଅନୁଭୂତ ହେବ । ଏହି ଜିଲ୍ଲାର ବିଭିନ୍ନ ସ୍ଥାନରେ ୭-୨୦ ସେଣ୍ଟିମିଟର ବର୍ଷା ସମ୍ଭବାନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକରେ ୭-୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।

ସମ୍ଭାବ୍ୟ ଲଘୁଚାପ ଓ ସକ୍ରିୟ ମୌସୁମୀ ଯୋଗୁଁ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବାର ସମ୍ଭାବନା ରହିଛି। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟରେ ୪୦-୫୦ କିମି ପର୍ଯ୍ୟନ୍ତ ପବନ ବହିବାକୁ ଆଶଙ୍କା ରହିଛି । ତେଣୁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ବାରଣ କରାଯାଇଛି। ସେହିପରି ପ୍ରବଳ ବର୍ଷା ସମୟରେ ମାଟି ଘରେ ରହୁଥିବା ଲୋକମାନଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.