କଟକ:
ଆଜି ବହୁ ଚର୍ଚ୍ଚିତ ମାହାଙ୍ଗା ଡବଲ ମର୍ଡର ମାମଲାର ରାୟ ପ୍ରକାଶ ପାଇଛି । ମାହାଙ୍ଗା ଡବଲ ମର୍ଡର ମାମଲାରେ ସାଲେପୁର ଅତିରିକ୍ତ ଦୌରା ଜଜ୍ ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କରାଦଣ୍ଡାଦେଶ ଶୁଣାଇଛନ୍ତି । ତେବେ ପ୍ରମାଣ ଅଭାବରୁ ଜଣେ ଅଭିଯୁକ୍ତ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି ।
ସୂଚନାରୁ ପ୍ରକାଶ ୨୦୨୧ ମସିହା ଜାନୁଆରୀ ୨ରେ ବରିଷ୍ଠ ବିଜେପି ନେତା କୁଳମଣି ବରାଳ(୭୫) ଓ ତାଙ୍କ ସହଯୋଗୀ ଦିବ୍ୟ ସିଂହ ବରାଳ(୮୨)ଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା ।