Type Here to Get Search Results !

ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା । ଏଣିକି ୮୦ମାର୍କରୁ ୨୪ ମାର୍କ ରଖିଲେ ପାସ୍ । ଇଂରାଜୀ ଓ ମାତୃଭାଷାରୁ ରଚନାକୁ ଦିଆଗଲା ବାଦ

 


ବଦଳିଲା ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନପତ୍ର ଢାଞ୍ଚା, ଏଣିକି ୮୦ମାର୍କରୁ ୨୪ ମାର୍କ ରଖିଲେ ପାସ୍। ଇଂରାଜୀ ଓ ମାତୃଭାଷାରୁ ରଚନାକୁ ବାଦ ଦିଆଯାଇଥିବା ବେଳେ ଆଉ ପ୍ରଶ୍ନପତ୍ରରେ ଆସିବନି ଦର୍ଶ ମାର୍କ ବିଶିଷ୍ଟ ପ୍ରଶ୍ନ। ୨୦୨୫ରେ ଯୁକ୍ତ ୨ ପରୀକ୍ଷା ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ପ୍ରଶ୍ନପତ୍ର ଢାଞ୍ଚା ବଦଳାଇଛି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ।

ନୂଆ ଢାଞ୍ଚା ଅନୁଯାୟୀ ଏଣିକି ବାର୍ଷିକ ପରୀକ୍ଷାରେ ୧୦୦ ନୁହେଁ ବରଂ ପରୀକ୍ଷାର୍ଥୀଙ୍କୁ ୮୦ ମାର୍କର ଥିଓରୀ ପରୀକ୍ଷା ଦେବାକୁ ପଡ଼ିବ। ସେଥିରୁ ୨୪ ମାର୍କ ରଖିଲେ ଜଣେ ପରୀକ୍ଷାର୍ଥୀ ପାସ କରିବେ, ନହେଲେ ଫେଲ୍ ବୋଲି ବିବେଚନା କରାଯିବ। ବାକି ୨୦ ମାର୍କ ଇଣ୍ଟରନାଲ ପରୀକ୍ଷା ହେବ। ସେଥିରେ ପରୀକ୍ଷାର୍ଥୀ ଯେତିକି ମାର୍କ ରଖିବେ ତାକୁ ମୋଟ ମାର୍କ ସହ ସଂଯୋଗ କରାଯିବ। ହେଲେ ଥିଓରି ମାର୍କ ସହ ଏହାକୁ ମିଶାଇ ପାସ୍ ବୋଲି ଗଣାଯିବ ନାହିଁ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସିବିଏସଇ ଢାଞ୍ଚାକୁ ଆପଣାଯିବା ସହ ବାଧ୍ୟତାମୂଳକ ଭାବେ ଇଂରାଜୀ ଓ ମାତୃଭାଷାରେ ଆସୁଥିବା ରଚନା ଲେଖନୀକୁ ସମ୍ପୂର୍ଣ୍ଣ ଭାବେ ହଟାଇ ଦିଆଯାଇଛି।

ସେହିପରି କୌଣସି ବିଷୟର ପ୍ରଶ୍ନପତ୍ରରେ ଆଉ ୧୦ ମାର୍କର ପ୍ରଶ୍ନ ରହିବନି। କଳା ବିଭାଗ ବିଷୟ ଗୁଡ଼ିକରେ ସର୍ବାଧିକ ୮ ମାର୍କ ଏବଂ ବିଜ୍ଞାନ ଓ ବାଣିଜ୍ୟ ବିଭାଗରେ ୫ମାର୍କ ପର୍ଯ୍ୟନ୍ତ ପ୍ରଶ୍ନ ଆସିବ। ୮୦ ମାର୍କର ପରୀକ୍ଷା ହେଲେ ମଧ୍ୟ ପୂର୍ବଭଳି ଛାତ୍ରଛାତ୍ରୀଙ୍କୁ ୩ଘଣ୍ଟାର ସମୟ ଦିଆଯିବ ବୋଲି ବୋର୍ଡ ନିଷ୍ପତି ନେଇଛି। ଆସନ୍ତା ବର୍ଷ ଅର୍ଥାତ୍ ୨୦୨୫ ଶିକ୍ଷାବର୍ଷରୁ ଏହା ଲାଗୁ କରାଯିବ ବୋଲି ବୋର୍ଡ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ନୂଆ ପଶ୍ନପତ୍ର କିଭଳି ରହିବ ଏବଂ ମାର୍କ କିପରି ଦିଆଯିବ ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ଜୁନ୍ ୨୮ ତାରିଖରେ ପରିଷଦର ବୈଠକ ଏହି ନିଷ୍ପତି ନିଆଯାଇଥିବା ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।

Post a Comment

0 Comments
* Please Don't Spam Here. All the Comments are Reviewed by Admin.