Type Here to Get Search Results !

୧୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା, ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ

 


ଭୁବନେଶ୍ୱର  :-

ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବାବେଳେ ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଆସନ୍ତା ୧୧ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛିି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିଦେ୍ର୍ଧଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ପୁରୀ, ଜଗତସିହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଡେଙ୍କାନାଳ ଓ ଅନୁଗୁଳ । ଏସବୁ ଜିଲ୍ଲାଗୁଡ଼ିକରେ ଭୀଷଣ ବର୍ଷା ହେବା ସହ ୪୦ରୁ ୫୦ କିମି ବେଗରେ ପବନ ବୋହିବାର ସମ୍ଭାବନା ରହିଛି ।

୯ ତାରିଖରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଏଥିପାଇଁ ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱର୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ପୁରୀ, କଟକକୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର,ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ସେହିପରି ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ସମ୍ଭାବନା ରହିଛି । ସମୁଦ୍ର ମଧ୍ୟ ଅଶାନ୍ତ ରହିବ । ୧୧ ତାରିଖ ଯାଏଁ ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି ।

Post a Comment

0 Comments
* Please Don't Spam Here. All the Comments are Reviewed by Admin.