ଝାରସୁଗୁଡା :
ଝାରସୁଗୁଡା ସହରର ପୁରୁଣା ବସ୍ ଷ୍ଟାଣ୍ଡ ନିକଟରୁ ଜଣେ ଅଜଣା ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହେବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ସୋମବାର ସକାଳେ ସ୍ଥାନୀୟ ଲୋକେ ମୃତଦେହଟିକୁ ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଝାରସୁଗୁଡା ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମୃତଦେହରେ ଏକାଧିକ ଆଘାତ ଚିହ୍ନ ଥିବାରୁ ଏହା ଏକ ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ପ୍ରାଥମିକ ତଦନ୍ତରୁ ଦୁଷ୍କର୍ମ ପରେ ମହିଳାଙ୍କୁ ହତ୍ୟା କରାଯାଇଥିବା ଆଶଙ୍କା ମଧ୍ୟ ପ୍ରକାଶ ପାଇଛି। ତେବେ ପୋଲିସ ପକ୍ଷରୁ ଏନେଇ କୌଣସି ଆଧିକାରିକ ସୂଚନା ଦିଆଯାଇନାହିଁ।
ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ମହିଳାଙ୍କ ପରିଚୟ ଜାଣିବା ସହ ଘଟଣାର ପ୍ରକୃତ କାରଣ ଖୋଜିବା ପାଇଁ ତଦନ୍ତ ଜାରି ରଖିଛି।

