ଭୁବନେଶ୍ୱର:
ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ବରିଷ୍ଠ ନେତା ସୁଶାନ୍ତ କୁମାର ସିଂହଙ୍କ ପରଲୋକ ଘଟିଛି। ଭୁବନେଶ୍ୱର ଆପୋଲୋ ହସ୍ପିଟାଲ ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ଖବର ଆସିଛି।ତାଙ୍କ ବିୟୋଗରେ ଓଡ଼ିଶା ରାଜନୀତିରେ ଶୋକର ଛାୟା ଖେଳିଯାଇଛି। ଦଳୀୟ କର୍ମୀ, ସମର୍ଥକ ଓ ବିଭିନ୍ନ ରାଜନୈତିକ ନେତାମାନେ ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି।
ସୁଶାନ୍ତ କୁମାର ସିଂହ ଦୀର୍ଘ ଦିନ ଧରି ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ। ସେ ବିଜେଡିର ଜଣେ ପ୍ରଭାବଶାଳୀ ନେତା ଭାବେ ପରିଚିତ ଥିବା ସହ ରାଜ୍ୟ ସରକାରରେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ବିଶେଷକରି ପଶ୍ଚିମ ଓଡ଼ିଶାର ଜଣେ ଟାଣୁଆ ନେତା ଥିଲେ।

