ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଗୁରୁବାର ସନ୍ଧ୍ୟାରେ ଘଟିଛି ଏକ ଛାତିଥରାଇ ଦେବା ଭଳି ସଡ଼କ ଦୁର୍ଘଟଣା। ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ଦୁଇ ଶିଶୁଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।
ସୂଚନା ଅନୁଯାୟୀ, ଅଗଷ୍ଟ ୨୦ ତାରିଖ ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଭଷ୍ମା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଥିଲା। OD-16 M-4742 ନମ୍ବର ବିଶିଷ୍ଟ ଏକ କୋଇଲା ବୋଝେଇ ଟ୍ରଲର ଏହି ଦୁର୍ଘଟଣାରେ ସମ୍ପୃକ୍ତ ଥିବା ଜଣାପଡ଼ିଛି।
ଦୁର୍ଘଟଣା ପରେ ଘଟଣାସ୍ଥଳରେ ଭୟାବହ ପରିସ୍ଥିତି ସୃଷ୍ଟି ହୋଇଥିଲା। ଖବର ପାଇ ଭଷ୍ମା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତକମାନଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।
ଦୁର୍ଘଟଣା ପରେ ଟ୍ରଲର ଚାଳକ ଗାଡ଼ି ଛାଡ଼ି ଘଟଣାସ୍ଥଳରୁ ଫେରାର ହୋଇଥିବା ସୂଚନା ମିଳିଛି। ପୋଲିସ ଟ୍ରଲରକୁ ଜବତ କରି ଫେରାର ଚାଳକଙ୍କୁ ଧରିବା ପାଇଁ ତନାଘନା ଚଳାଇଛି। ଦୁର୍ଘଟଣାର ପ୍ରକୃତ କାରଣ ନେଇ ମଧ୍ୟ ତଦନ୍ତ ଜାରି ରହିଛି।


